Get Updates
Get notified of breaking news, exclusive insights, and must-see stories!

Modi Odisha visit: ମୋଦୀ ଆସୁଛନ୍ତି ବୋଲି... କଡ଼ା ସୁରକ୍ଷା ବଳୟରେ ସମ୍ବଲପୁର

Modi Odisha visit: ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନିକିଆ ସମ୍ବଲପୁର ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ଏହି ସମୟରେ ସମ୍ବଲପୁର IIM ଲୋକାର୍ପଣ କରିବେ । ଏହା ସହ ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି ।

Narendra Modi

ପ୍ରଧାନମନ୍ତ୍ରୀଙ୍କ ଗସତ୍ ପୂର୍ବରୁ IIM ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ IIMର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି । ହେଲିପ୍ୟାଡ ଏବଂ ମଞ୍ଚ ପ୍ରସ୍ତୁତି ଜୋରସୋରରେ ଚାଲିଛି । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ୍ କ୍ୟାମ୍ପସରେ ପହଞ୍ଚିବେ । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି ।

ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର 168 କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରିକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ସେହିପରି ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂର ଶୁଭାରମ୍ଭ କରିବେ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଅବସର ସମ୍ବଲପୁର କଡ଼ା ସୁରକ୍ଷା ବଳୟରେ ରହିବ । ସାରା ସହରରେ ହେବ ପୋଲିସ ଛାଉଣୀ । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି କରାଯାଇଛି । ସୁରକ୍ଷା ଦାୟିତ୍ୱରେ 70 ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ । 7 ଜଣ କମାଣ୍ତାଣ୍ଟଙ୍କ ସମେତ ପ୍ରାୟ 300 ଅଫିସର ସୁରକ୍ଷା ଦାୟିତ୍ୱରେ ରହିବେ । ଉତ୍ତରାଞ୍ଚଳ ପୋଲିସ ରେଞ୍ଜ ଅନ୍ତର୍ଗତ 4ଟି ଜିଲ୍ଲାର ଏସପି ଓ 2 ଜଣ ଆଇଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+