Get Updates
Get notified of breaking news, exclusive insights, and must-see stories!

କାଲି ଶପଥ ନେବେ ମୋଦୀ; କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ମିଳିବ ସ୍ଥାନ ?

କେନ୍ଦ୍ରରେ ମୋଦୀ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ମିଳିବ ସ୍ଥାନ ? କାଲି ମୋଦି ଶପଥ ନେବାକୁ ଥିବା ବେଳେ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ କାହାକୁ ସ୍ଥାନ ମିଳିବ ସେ ନେଇ ଚାଲିଛି ଚର୍ଚ୍ଚା । କୁହାଯାଉଛି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାକୁ ଅଧିକ ପ୍ରାଧାନ୍ୟ ମିଳିପାରେ ।

କାରଣ ପ୍ରଥମଥର ଓଡ଼ିଶାରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି ବିଜେପି । ତାହା ବିଧାନସଭା ହେଉ କି ଲୋକସଭା । ଲୋକସଭା ସାଂସଦଙ୍କ ମଧ୍ୟରୁ ଅତି କମରେ ୩ଜଣ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ରହିଛି । ୨୦ଜଣ ସାଂସଦଙ୍କ ମଧ୍ୟରୁ ୧୦ ଜଣ ଏକାଧିକଥର ଲୋକସଭାରେ ପ୍ରତିନିଧିତ୍ୱ କରିସାରିଛନ୍ତି ।

pm modi

ସେମାନେ ହେଲେ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ଅନନ୍ତ ନାୟକ, ପ୍ରତାପ ଷଡଙ୍ଗୀ, ସଂଗୀତ କୁମାରୀ ସିଂଦେଓ, ବୈଜୟନ୍ତ ପଣ୍ଡା, ବଳଭଦ୍ର ମାଝି, ଭର୍ତୃହରି ମହତାବ, ଅପରାଜିତା ଷଡଙ୍ଗୀ ଓ ବିଭୁ ପ୍ରସାଦ ତରାଇ । ଏମାନଙ୍କ ମଧ୍ୟରୁ ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ଧର୍ମେନ୍ଦ୍ର ପ୍ରଧାନ ଓ ଅପରାଜିତା ଷଡଙ୍ଗୀଙ୍କ ନାଁ ଆଗରେ ରହିଛି ।

ଯଦି ଧର୍ମେନ୍ଦ୍ରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଏ, ତେବେ ଅନ୍ୟ ୩ଜଣଙ୍କୁ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ସେହିପରି ବାଚସ୍ପତି ପଦବୀ ପାଇଁ ଭର୍ତୃହରିଙ୍କ ନାଁ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ତେବେ କାହାକୁ ମିଳିବ ମନ୍ତ୍ରିମଣ୍ଡଳରେ ସ୍ଥାନ, ତାହା ଜୁନ୍ ୯ ତାରିଖ ପୂର୍ବରୁ ସ୍ପଷ୍ଟ ହୋଇଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+