କାଲିଠୁ ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ କରିବେ ମୋଦି, ସୂଚନା ଦେଲେ ମନ୍ତ୍ରୀ
ଓଡ଼ିଶାର ସ୍ବାସ୍ଥ୍ୟ କ୍ଷେତ୍ରରେ କାଲି ଠାରୁ ଆରମ୍ଭ ହେବ ନୂଆ ଅଧ୍ୟାୟ ।ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ।

ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।












Click it and Unblock the Notifications