୧୧ ରେ ମୋଦିଙ୍କ କନ୍ଧମାଳ ଗସ୍ତ , ବିଜୟ ସଂକଳ୍ପ ସମାବେଶରେ ଦେବେ ଯୋଗ
ଦୁଇ ଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦି । କାଲି ରାତି ୮ଟା ସମୟରେ ଭୁବନେଶ୍ବରରେ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଜ ଭବନରେ ରାତ୍ରିଯାପନ କରିବେ । ତାପର ଦିନ ଅର୍ଥାତ ଶନିବାର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦି । ୧୧ ତାରିଖରେ ପ୍ରଧାନମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ,ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ମୋଦି । ବିଜେପି ମହଲରେ ଉତ୍ସାହର ଲହରି ।

୧୧ ତାରିଖ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ତାଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି । କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀ ମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଦେଇଛନ୍ତି ।
ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଗସ୍ତରେ ଆସି ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ସେ ଭୋଟ ଭିକ୍ଷା କରିବେ । ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ସଭା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।
ଏହା ପୂର୍ବରୁ ଗତ ୬ ତାରିଖରେ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତରେ ଆସି ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ । ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ଦିନ ସାଢ଼େ ୧୨ଟାରେ ନବରଙ୍ଗପୁର ପାପଡ଼ାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି କଥା କହିଥିଲେ ମୋଦି । ବିଜେଡି ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି ବର୍ଣ୍ଣନା କରିବାକୁ ଯାଇ ତେରଚ୍ଛା ବାଣ ମାରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି । ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି । ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ ଏଠାର ବିଜେଡି ସରକାରର ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।
-
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ରାଜଧାନୀରେ ଗ୍ୟାସ୍ ଟେନସନ, LPG ସିଲିଣ୍ଡର ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ୍ -
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଦିଲ୍ଲୀ ଦଙ୍ଗାର ଅଭିଯୁକ୍ତ ଶର୍ଜିଲ ଇମାମଙ୍କୁ ୬ ବର୍ଷ ପରେ ୧୦ ଦିନ ପାଇଁ ଜାମିନ












Click it and Unblock the Notifications