ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କଲେ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି।

ରାଜ୍ୟରେ ଖୁବ୍ ଶୀଘ୍ର 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା'ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।

ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

Mohan Charan Majhi

ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ।

ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+