ନବୀନ ସରକାରଙ୍କ ‘ନୂଆ ଓ' କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର

ନବୀନ ସରକାରଙ୍କ 'ନୂଆ ଓ' କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ।

Mohan government

ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତର ରଖି ବିଧାନସଭାରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି । ଏହାସହ ପିଜି-ୟୁଜି ପିଲାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ନୂଆ ଯୋଜନା ଆସିବା ସହ ପ୍ରସ୍ତୁତି ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଅଭାବରେ ପଡି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା "Financial Assistance to UG & PG Students" ନାମକ ଏକ ଯୋଜନା ପ୍ରଣୟନ କରାଯିବ। ଯାହାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲୁ ରହିଛି। ଚଳିତ ବର୍ଷଠାରୁ 'ନୂଆ-ଓ' ଛାତ୍ରବୃତ୍ତି ଯୋଜନାର ବଜେଟ ସଂକ୍ରାନ୍ତୀୟ ପ୍ରାବଧାନ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ସୂଚନା ଅନୁଯାୟୀ, ପୂର୍ବ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ 'ଓ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ଏହି ଯୋଜନାରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇଥିଲେ । ସେହିଭଳି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇଥିଲେ । ଏହି ଛାତ୍ରବୃତ୍ତି ଟଙ୍କା ସିଧାସଳଖ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟରେ ପ୍ରଦାନ କରାଯଯାଉଥିଲା । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ଦେଶରେ ଓଡ଼ିଶା ଥିଲା ପ୍ରଥମ ରାଜ୍ୟ । ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଥିଲେ ପୂର୍ବ ରାଜ୍ୟ ସରକାର ।

ବଜେଟରେ ପ୍ରାବଧାନ ନାହିଁ। ଏ ନେଇ ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+