ଆକ୍ସନ ମୁଡ଼ରେ ମୋହନ, ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁରଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।

mohan majhi

ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟ ଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ କେସ୍ ରୁଜ୍ଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା। ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+