Mohan Majhi: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି । କିଛି ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ଆଜି(ଗୁରୁବାର) ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ରାଜ୍ୟ ସ୍ଵାର୍ଥ ସମ୍ପର୍କରେ ଆଲୋଚନା କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ଭେଟିଛନ୍ତି । ଅପରାହ୍ନ ସାଢେ 4ଟା ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
ସେହିପରି ଆସନ୍ତାକାଲି (ଶୁକ୍ରବାର) ମଧ୍ୟ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରି ପ୍ରମୁଖ ମନ୍ତ୍ରୀମାନଙ୍କ ସହିତ ଭେଟିବେ । ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶେଷ କରି ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ । ଏହା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ । କେନ୍ଦ୍ରର ଆସନ୍ତା ବଜେଟରେ ଓଡ଼ିଶା ପାଇଁ ଅଧିକ ଅର୍ଥ ପ୍ରାବଧାନ କରିବାକୁ ଅନୁରୋଧ କରିବେ ।

ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।












Click it and Unblock the Notifications