Mohan Majhi: ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ସମାଲୋଚନା। ଗତ ସରକାର ଚାଷୀଙ୍କୁ କଥା ଦେଇ କଥା ରଖିନଥିଲେ । ସୋହେଲାରେ କହିଲେ ଚାଷୀଙ୍କୁ ଶହେ ଟଙ୍କା ବୋନସ ଦେବେ, କିନ୍ତୁ ଦେଲେନି। ଚାଷୀ ଆତ୍ମହତ୍ୟା ଦେଖା ଦେଇଥିଲା କହିଲେ ମୋହନ ମାଝୀ ।
ଆମ ସରକାର ଆସୁ ଆସୁ ବଡ଼ ପଦକ୍ଷେପ ନେବା ପାଇଁ ଯାଉଛୁ। କ୍ବିଣ୍ଟାଲ ପିଛା ବୋନସ୍ ୮୦୦ ଟଙ୍କା ଦେବାକୁ ବ୍ୟବସ୍ଥା କରିଛୁ ।

ରାଜ୍ୟ କ୍ୟାବିନେଟରେ ଆଜି ସନ୍ଧ୍ୟାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନେକ ବିଭାଗ ଓ କାର୍ଯ୍ୟଶୈଳୀ ଉପରେ ସମୀକ୍ଷା ହୋଇଥିଲା। ଏହି ବୈଠକରେ ୮ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ଜଣାପଡ଼ିଛି । ଏଥିରେ ୫ଟି ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ ୫ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି । ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ୫ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ । ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ । ମତ୍ସ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ ।
ଗୋମାତା ନାଁରେ ଯୋଜନା ଆସିବ । ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ ବୋଲି କ୍ଯାବିନେଟରେ ନିଷ୍ପତ୍ତି ହୋଇଛି । ଜଳ ସମ୍ପଦ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମରେ ୯୬୫୨ କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ କରିଛି । ଏହି କାର୍ଯ୍ୟକ୍ରମରେ ୬୪୩୫ ହେକ୍ଟର ସେଚ ଅଞ୍ଚଳ ଏବଂ ୧ଲକ୍ଷ ୫୮ହଜାର ହେକ୍ଟର ଅତିରିକ୍ତ ସେଚ ଜଳ ସୃଷ୍ଟି କରାଯିବ । ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧେୟକ-୨୦୨୪ ପ୍ରଣୟନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କୌଣସି ସରକାରୀ ପରୀକ୍ଷା ପ୍ରକ୍ରିୟାରେ ବ୍ୟାଘାତ କିମ୍ବା ଚଞ୍ଚକତା କଲେ ରହିବ ଦଣ୍ଡ ବିଧାନ । ୩ ରୁ ୫ ବର୍ଷ ଜେଲ ସହ ୧୦ ଲକ୍ଷ ଜୋରିମାନା ରାଶି ଦେବାକୁ ହେବ । ସେବା ପ୍ରଦାନକାରୀକୁ ୧ କୋଟି ପର୍ଯ୍ୟନ୍ତ ଜୋରିମାନା ହୋଇପାରେ ।












Click it and Unblock the Notifications