Mohan Majhi: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ହିତାଧୀକାରୀଙ୍କୁ ଅନ୍ତୋଦୟ ଯୋଜନାରେ ପକ୍କା ଘର ମିଳିବ। ଏହାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ପାଇବେ। ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ପିଏମ ଆବାସ ଯୋଜନାରେ ୪ ଏବଂ ୬ ମାସରେ ଘର ନିର୍ମାଣ କାମ ସାରିଲେ ବୋନସ ମିଳିବ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି ସାମିଲ କରାଯିବ । ପ୍ରଧାନମନ୍ତ୍ରୀ ଆବାସ ପରି ଏହି ଯୋଜନାରେ ବୋନସ ବ୍ୟବସ୍ଥା ଅଛି । ୪ ମାସ ଭିତରେ ଘର କାମ ସାରିଲେ ୨୦ ହଜାର, ୬ ମାସରେ ସାରିଲେ ୧୦ ହଜାର ବୋନସ ମିଳିବ । ଏହି ଯୋଜନାରେ ୭୫୫୦ କୋଟି ଖର୍ଚ୍ଚ କରିବେ ସରକାର । ସେହିପରି କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ । ଏଥିପାଇଁ ନୂଆ ଯୋଜନା କରିଛନ୍ତି ସରକାର । ୧୨ରୁ ୧୫ ଏକର ଜମିରେ ନିର୍ମାଣ ହେବ ଷ୍ଟାଡିୟମ ।

ଫୁଟବଲ, କ୍ରିକେଟ, ଆଥ୍ଲେଟ୍, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ । ଆସନ୍ତା ୫ ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି । ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି । Nps ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ ।












Click it and Unblock the Notifications