ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୋହନ ମାଝୀ

ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ପରଲୋକ । ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାଓ୍ବାରଙ୍କ ଅକାଳ ବିୟୋଗ ଖବର ଅତ୍ୟନ୍ତ ଦୁଃଖଦ ଘଟଣା। ଶ୍ରୀ ପାଓ୍ବାର ଏକ ପ୍ରମୁଖ ରାଜନେତା ତଥା ସମର୍ପିତ ଜନସେବକ ଥିଲେ । ଏହି ଗଭୀର ଦୁଃଖର ମୁହୂର୍ତ୍ତରେ, ମୁଁ ଶୋକସନ୍ତପ୍ତ ପରିବାର, ସହକର୍ମୀ ଏବଂ ମହାରାଷ୍ଟ୍ରର ଜନସାଧାରଣଙ୍କ ପ୍ରତି ମୋର ସମବେଦନା ପ୍ରକାଶ କରୁଛି । ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ଦିବଙ୍ଗତ ଆତ୍ମାକୁ ନିଜ ଚରଣରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ।

Ajit Pawar

ସୂଚନା ଅନୁସାରେ, ମହାରାଷ୍ଟ୍ର ବାରାମତୀରେ ବଡ଼ ବିମାନ ଦୁର୍ଘଟଣା। ଅବତରଣବେଳେ ବିମାନ କ୍ରାସ୍ ହୋଇଛି । ବିମାନରେ ଥିଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର। ଅଜିତ୍ଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିବା ସୂଚନା ମିଳିଛି । ବିମାନରେ ଅଜିତଙ୍କ ସମେତ ୬ ଜଣ ଥିଲେ। ଜନସଭା ପାଇଁ ମୁମ୍ବାଇରୁ ବାରାମତୀ ଯାଉଥିଲେ ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାଓ୍ବାର। ଦୁର୍ଘଟଣାସ୍ଥଳରେ ପୁଲିସ ମୁତୟନ। ବାରାମତୀ ପାଇଁ ଝିଆରି ସୁପ୍ରିୟା ସୁଲେ ବାହାରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+