Mohan Majhi Letter to Naveen: ଚିଠି ଲେଖି ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ମାର୍ଚ୍ଚ ୫ ତାରିଖ ବୁଧବାର ଦିନ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ଚିଠିରେ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି।

କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନକୁ ଆସିବା ନେଇ ନିମନ୍ତ୍ରଣରେ ଉଲ୍ଲେଖ ରହିଛି । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେବାପାଇଁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।

Mohan Majhi Letter to Naveen
ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+