ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗଲେ ମୋହନ ମାଝୀ
ଭୁବନେଶ୍ୱର: ରାଜ୍ୟରେ ପ୍ରଥମ କରି ବିଜେପି ସରକାର ଗଠନ କରିଛି । ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝି । ସେ ମୁଖ୍ୟମନ୍ତ୍ରୀ ହେଲା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଯାଇଛନ୍ତି । ତାଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଯାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଗୁରବାର ଦିନ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ଅନ୍ୟ ବରିଷ୍ଠ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ବୋଲି ରହିଛି ସୂଚନା ।












Click it and Unblock the Notifications