ବଡ ନିଷ୍ପତ୍ତି ନେଲେ ମୋହନ ସରକାର; ବଢ଼ିଲା ସଚିବଙ୍କ ଜିଲ୍ଲା ଗସ୍ତ ଅବଧି
ବଢିଲା ବାବୁଙ୍କ ଜିଲ୍ଲା ଗସ୍ତ ଅବଧି । ସଚିବମାନଙ୍କ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମକୁ ଆସନ୍ତା ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ ଗୋଟିଏ ରାତି ବିତାଇବେ ।

ଜିଲ୍ଲା ଗସ୍ତ ବେଳେ ସଚିବମାନେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ପାନୀୟ ଜଳ ଯୋଗାଣ, ସେତୁବନ୍ଧ ଯୋଜନା, ପଞ୍ଚସଖା ଶିକ୍ଷା ସେତୁ, ସୁଭଦ୍ରା ଯୋଜନା, ପୋଷଣ ଅଭିଯାନ ଭଳି ସମସ୍ତ ସରକାରୀ ଯୋଜନାର କାର୍ଯ୍ୟକାରିତା ନେଇ ସମୀକ୍ଷା କରିବେ। ତା ସହ ଆଦିବାସୀ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କ ସହ ସଚିବମାନେ ଆଲୋଚନା କରିବେ। ପୂର୍ବରୁ ସଚିବମାନଙ୍କ ଜିଲ୍ଲା ଗସ୍ତ ଅବଧି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଥିଲା। ଆଜି ଉନ୍ନୟନ କମିଶନର ଅନୁ ଗର୍ଗ ପୁଣି ଏକ ଚିଠି କରି ଏପ୍ରିଲ ୩୦ ପର୍ଯ୍ୟନ୍ତ ଏହାକୁ ବୃଦ୍ଧି କରିଛନ୍ତି।












Click it and Unblock the Notifications