ଆକ୍ସନ ମୁଡ଼ରେ ମୋହନ ସରକାର, ପୂର୍ବ ସରକାର ନିୟୋଜିତ ଉପଦେଷ୍ଟାଙ୍କୁ ପାଇଁ ନେଲେ ବଡ ନିଷ୍ପତ୍ତି
ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ଏହାଦ୍ୱାରା ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବା ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଉକ୍ତ ଉପଦେଷ୍ଟାମାନଙ୍କୁ ଦାୟିତ୍ୱ ମୁକ୍ତ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୁଚନା ଯୋଗ୍ୟ ଯେ, ଏହି ଉପଦେଷ୍ଟାମାନଙ୍କ ଯୋଗୁ ସରକାରଙ୍କ କାର୍ଯ୍ୟକ୍ରମ ଓ କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏଭଳି ନିଷ୍ପତ୍ତି ନେଇଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ବିଜେଡି ସରକାର ନିଜର ଦଳୀୟ କର୍ମକର୍ତ୍ତାଙ୍କୁ ବିଭିନ୍ନ ବିଭାଗ ଓ ଯୋଜନାର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ।












Click it and Unblock the Notifications