Get Updates
Get notified of breaking news, exclusive insights, and must-see stories!

ମୋକିମଙ୍କୁ ବହିଷ୍କାର ପ୍ରସଙ୍ଗ ;ନରସିଂହ କହିଲେ କଟକର ସେ ଜଣେ ମଜବୁତ୍ ନେତା ଥିଲେ, କଟକରେ ପ୍ରଭାବ ପଡ଼ିବ'

କଂଗ୍ରେସରୁ ମୋକିମଙ୍କ ବହିଷ୍କାରକୁ ନେଇ କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା ।ହାଇକମାଣ୍ଡ ନିଷ୍ପତ୍ତି ନେଇଛନ୍ତି, ତେଣୁ ଏ ବାବଦରେ ଅଧିକ କହିବିନି । କିନ୍ତୁ ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ୍ ବୋଲି କହିଛନ୍ତି ନରସିଂହ। କଟକର ସେ ଜଣେ ମଜବୁତ୍ ନେତା ଥିଲେ, କଟକରେ ପ୍ରଭାବ ପଡ଼ିବ ।

Mokim s

ସୂଚନା ଥାଉକି, କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି ଦଳର ବରିଷ୍ଠ ନେତା ମହମ୍ମଦ ମୋକିମ୍ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମୋକିମଙ୍କୁ ବହିସ୍କୃତ ନେଇ ଏଆଇସିସିକୁ ଚିଠି ଲେଖାଯାଇଥିଲା । ଏଥିରେ ଏଆଇସିସି ମୋହର ମାରିଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି ।

ମହମ୍ମଦ ମୋକିମଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ କରିଥିଲେ । କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ ମୋକିମ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+