ଭକ୍ତଙ୍କ ନେତୃତ୍ବକୁ ମୋକିମ୍ଙ୍କ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି ଝାଡ଼ିଲେ ଅସନ୍ତୋଷ
ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡ଼ିଛନ୍ତି ମୋକିମ୍। କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ବ। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ। ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ।

ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ବରେ ୮୩ ହଜାର ଭୋଟ୍ରେ ହାରିଛି। ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ। ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ। ଭକ୍ତ ଦାସ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ଦେବା ଅସମ୍ଭବ ବ୍ୟାପାର ବୋଲି କହିଛନ୍ତି।
ଏହାସହ ସେ ଚିଠିରେ, ପୂର୍ବ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଶରତଙ୍କ ନେତୃତ୍ବରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ୍ ପାଇଲା। ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଲେ, ଆଜିକା ଦିନରେ କଂଗ୍ରେସକୁ ପୁନର୍ଜୀବନ ଦରକାର ବୋଲି ମୋକିମ୍ କହିଛନ୍ତି। ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ବ ଦରକାର ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ମୋକିମ।












Click it and Unblock the Notifications