ସକ୍ରିୟ ମୌସୁମୀ: ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ମୌସୁମୀ ଛୁଇଁବା ଯୋଗୁଁ ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ଆସନ୍ତା ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବର: ସାରା ରାଜ୍ୟକୁ ଛୁଇଁଛି ମୌସୁମୀ ବାୟୁ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୌସୁମୀ ଛୁଇଁବା ଯୋଗୁଁ ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ଆସନ୍ତା ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Monsoon

ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ରହିଛି।

୨୨ରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସୋନପୁର, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩, ୨୪ ଓ ୨୫ ରେ ବି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୫ ଦିନ ଲଗାଣ ବର୍ଷାକୁ ଆଖି ଆଗରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସତର୍କତା ଜାରି କରିଛନ୍ତି । ସମସ୍ତ ଜିଲ୍ଲାପାଳଙ୍କୁ ଏଥିପାଇଁ ସତର୍କ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+