ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଏଣିକି ପ୍ରବଳରୁ ଅତି ପ୍ରବଳ ବର୍ଷା

ଏବେ ସାରା ରାଜ୍ୟରେ ମୌସୁମୀର ସ୍ପର୍ଶ । ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୋମବାର ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର: ଏବେ ସାରା ରାଜ୍ୟରେ ମୌସୁମୀର ସ୍ପର୍ଶ । ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୋମବାର ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା।

Monsoon 2022

ତେବେ ମୌସୁମୀ ପ୍ରଭାବରେ ଆଜିଠୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେକରି ଉପକୂଳ ଓଡ଼ିଶାର ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାରେ ୭ରୁ ୧୧ ସେମିରୁ ୧୧ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି । ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗୀରର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୨୧ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡି ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ୨୩ ତାରିଖ ଦିନ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+