ଆଗାମୀ ୪୮ ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ!

ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । କାରଣ ଆଉ ୪୮ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଭୁବନେଶ୍ୱର: ବିଳମ୍ବ କରୁଛି ମୌସୁମୀ । ଆଣ୍ଡାମାନ କେରଳ ଛୁଇଁସାରିଥିବା ବେଳେ ଓଡିଶାକୁ ଆସିବାରେ ବିଳମ୍ବ କରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ତେବେ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । କାରଣ ଆଉ ୪୮ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Monsoon

ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ମଙ୍ଗଳବାର ସନ୍ଧ୍ୟା ୫.୩୦ ସୁଦ୍ଧା ବାଲେଶ୍ୱରରେ ୫୪ ମିମି ବର୍ଷା ରେକର୍ଡ ହୋଇଛି । ସେହିଭଳି କେନ୍ଦୁଝରରେ ୨୧.୬ ମିମି ବର୍ଷା ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୨୦ ମିମି, ପାରଳାଖେମୁଣ୍ଡିରେ ୧୮.୬ ମିମି, ଅନୁଗୁଳରେ ୧୮ ମିମି, ଯାଜପୁରରେ ୧୪ ମିମି, ନୟାଗଡ଼ରେ ୧୩.୨ ମିମି ଓ ନୂଆପଡ଼ାରେ ୮.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଆଗାମୀ ୪ ଦିନ ଯାଏ ଘଡ଼ଘଡ଼ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+