ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୨ ଦିନ ମଧ୍ୟରେ ସାରା ଓଡ଼ିଶା ଛୁଇଁବ
Monsoon 2023: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି । ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।
ବିଶେଷ କରି ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ମାଲକାନଗିରିରେ ୬୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ସେହିପରି ଭୁବନେଶ୍ୱରରେ ମଧ୍ୟ ୬୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ମୌସୁମୀ ବାୟୁ ସାରା ଓଡ଼ିଶାକୁ ଅଗ୍ରସର ହେବ। ଆଜି ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ମୌସୁମୀ ପ୍ରବେଶ କରିଛି । ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷେ ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇ ଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷାର ପରିମାଣ ବଢ଼ିପାରେ ।
ସେପଟେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications