ରାଜ୍ୟରେ ମୌସୁମୀ ସକ୍ରିୟ; ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପର ପ୍ରଭାବ କମି ଆସିଥିବା ବେଳେ ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଫଳରେ ଦିନରେ ଖରା ଓ ସନ୍ଧ୍ୟା ବେଳକୁ କିଛି କିଛି ସ୍ଥାନରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଏହିଭଳି ମୌସୁମୀ ବର୍ଷା ଦେଖିବାକୁ ମିଳୁଛି। କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ।

Monsoon active in Odisha

ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବି ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବାରୁ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ରାଜ୍ୟରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ ବୋଲି ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+