ରାଜଧାନୀ ସହ ସାରା ରାଜ୍ୟ ଛୁଇଁଲା ମୌସୁମୀ କିନ୍ତୁ ୪ ଜିଲ୍ଲାରେ ସ୍ଥିତି ସଙ୍ଗିନୀ

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ସେପଟେ ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଆଳକନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ପାଇଁ ଆଲର୍ଟ ଜାରି କରାଯାଇଛି ।

rain

ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏପଟେ ଉପକୂଳ, ଉତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ନିଅଣ୍ଟିଆ ବର୍ଷା ଯୋଗୁ ୪ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ରହିଛି । ଏହି ସବୁ ଜିଲ୍ଲାମାନଙ୍କରେ ୬୦ ପ୍ରତିଶତରୁ କମ୍ ବୃଷ୍ଟିପାତ ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି- ପୁରୀ,ବଲାଙ୍ଗିର,ବାଲେଶ୍ୱର ଓ ମୟୂରଭଞ୍ଜ।
ପୁରୀରେ ସର୍ବାଧିକ ସ୍ୱାଭାବିକ ଠାରୁ ୭୦ ପ୍ରତିଶତ କ‌ମ୍ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜରେ ୬୯, ବାଲେଶ୍ୱରରେ ୬୫ ଏବଂ ବଲାଙ୍ଗିରରେ ୬୨ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି

ସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ମହାବାହୁ, ବର୍ଷାରେ ଏକାଠି ଭିଜିଲେ ଭକ୍ତ-ଭଗବାନ
୨୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ଯାଏଁ କମ୍ ବର୍ଷା ରହିଛି। ମାତ୍ର ୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ, ଢେଙ୍କାନାଳ ଓ ଜଗତସିଂହପୁର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+