ବର୍ଷା ପାଇଁ ସତର୍କ ସୂଚନା, ଆସନ୍ତା ୨୦ରେ....
ବର୍ତ୍ତମାନ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଗାମୀ ୨ ଦିନ ଭିତରେ ଦକ୍ଷିଣ ଓଡ଼ିଶା ଓ ତତସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଛତିଶଗଡ଼ ଦେଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏଁ ବର୍ଷା ଲାଗି ରହିବ ସହ ଆସନ୍ତା ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ।













Click it and Unblock the Notifications