ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲେ ପାଣିପାଗ ବିଭାଗ
ଆଗାମୀ ୪ ଦିନ ଯାଏ ରାଜ୍ୟରେ ଜାରି ରହିବ ମୌସୁମୀ ବର୍ଷା। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼।
ସେହିପରି ରବିବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି
ଅନ୍ୟପକ୍ଷରେ ଲଘୁଚାପ ନେଇ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲଘୁଚାପ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ। ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ SRC ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।












Click it and Unblock the Notifications