ରାଜ୍ୟରେ ମୌସୁମୀ ବର୍ଷା ଜାରି; ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୧୪.୦ ମିମି, ଭଦ୍ରକରେ ୧୦.୦ ମିମି, କେନ୍ଦ୍ରପଡ଼ାରେ ୬.୪ ମିମି, ରାଉରକେଲାରେ ୩.୧ ମିମି, ଯାଜପୁରରେ ୧.୫ ମିମି, ଭୁବନେଶ୍ୱରରେ ୧.୪ ମିମି, ହୀରାକୁଦ ଓ ଝାରସୁଗୁଡ଼ାରେ ୦.୪ ମିମି ବର୍ଷା ହୋଇଛି।

ସୋମବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଢେଙ୍କାନାଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏଥିପାଇଁ ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନର ଆଶଙ୍କା ରହିଛି। ଅନ୍ୟପଟେ ବଜ୍ରପାତ ଭୟ ଥିବା ୧୭ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ହେଉଛି - ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+