ମୌସୁମୀ ବର୍ଷା ଜାରି ; ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି। ସେଥିମଧ୍ୟରୁ ୧୦ ଜିଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଏସବୁ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ୧୨ରୁ ୨୦ ସେମି ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୟେଲୋ ୱାର୍ନିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୨୭ ତାରିଖରେ ୭ ଜିଲା, ୨୮ ତାରିଖରେ ୫ ଜିଲା ଏବଂ ୨୯ ତାରିଖରେ ୫ ଜିଲାକୁ ୟେଲୋ ୱାର୍ର୍ନିିଂ ଜାରି ହୋଇଛି।












Click it and Unblock the Notifications