ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ, ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Monsoon 2021

ସେହିପରି ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତି କରି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି କହିଛନ୍ତି, ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି। ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁଁ ଆଜି ଆହୁରି ଅନେକ ଅଞ୍ଚଳରେ ବର୍ଷା ହେବ। ତେବେ ୧୧ ତାରିଖରେ (ଆସନ୍ତାକାଲି) ସବୁଠାରୁ ବେଶି ବର୍ଷା ହେବା ନେଇ ଆକଳନ କରାଯାଇଛି।

ସେପେଟେ ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ବଙ୍ଗୋସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହା ମୌସୁମୀ ପ୍ରବେଶର ଅନୁକୂଳ ପରିବେଶ ସୃଷ୍ଟି କରିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ଥିବା ବେଳେ, ସମୁଦ୍ର ଜୁଆରିଆ ଓ ଅଶାନ୍ତ ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+