Monsoon Session: ପାରିତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍
Monsoon Session: ବିଧାନସଭା ମୌସୁମୀ ଅଧିବେଶନରେ ଦିନର ବିରତି ପରେ ଆଜି ଚାଲିବ ଗୃହ । ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଗୃହରେ 28 ହଜାର 200 କୋଟିର ଅତିରିକ୍ତ ବଜେଟ ଆଗତ କରିଥିଲେ । ସେହିପରି ପଞ୍ଚୟତରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ, ଗୃହ ଓ ନିର୍ମାଣ ପୌର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକାଶ ଓ ବୈଶୟିକ ଶିକ୍ଷା ସମେତ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରଶ୍ନକାଳ ରହିଛି ।

ବିଧାନସଭା ଆରମ୍ଭ ଦିନଠୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିଛି । ତେବେ ଆଜି ଗୃହ କାର୍ଯ୍ୟ ସ୍ବାଭାବିକ ଚାଲିବ କି ନାହିଁ ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ମୁଖ୍ୟ ବିରୋଧୀ ବିଜେପି ଗୃହରେ ହଟ୍ଟଗୋଳ କରିବା ଫଳରେ ବାଚସ୍ପତି ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରୁଛନ୍ତି । ଅନ୍ୟପଟେ ଗୃହକୁ ସ୍ବାଭାବିକ ଭାବେ ଚାଲିବାକୁ ଅପିଲ କରିଛନ୍ତି ବିଧାୟକ ନରସିଂହ ମିଶ୍ର ।
ସେପଟେ ସରକାରୀ ଦଳ ମୁଖ୍ୟ ସଚେତକ କହିଛନ୍ତି ଯେ ବିଜେପି ବିଧାୟକ ମାନେ ବିଧାନସଭାରେ ଜନବିରୋଧୀ ନୀତି ଆପଣାଇଛନ୍ତି । ଅନ୍ୟପଟେ ମୌସୁମୀ ଅଧିବେଶନ ଶେଷ ହେବାକୁ ଗୋଟିଏ ଦିନ ବାକି ଥିବାରୁ ଆଜି ଗୃହ ପୁଣିଥରେ କମ୍ପିବ ନା ସ୍ୱଭାବିକ ହେବ ତା ଉପରେ ସଭିଙ୍କ ନଜର ରହିଛି ।












Click it and Unblock the Notifications