Monsoon Session: ପ୍ରଶ୍ନ କରିବାକୁ ମିଳିଲାନି ସୁଯୋଗ, ଗୃହରେ ଧାରଣା ଦେଲେ ପ୍ରଦୀପ
Monsoon Session: ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଗୃହରେ ଧାରଣାରେ ବସିଲେ ଗୋପାଳପୁର ବିଧାୟକ । ପ୍ରଶ୍ନକାଳରେ ପ୍ରଶ୍ନ କରିବାର ସୁଯୋଗ ମିଳିନଥିବା ଅଭିଯୋଗ କରି ପ୍ରତିବାଦ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ । ପୋଡିୟମ ତଳେ ଧାରଣାରେ ବସିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ । ଏହାକୁ ସମର୍ଥନ କରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

ତାଙ୍କୁ ପ୍ରଶ୍ନକାଳରେ ପ୍ରଶ୍ନ କରିବାର ସୁଯୋଗ ଦିଆଯାଇ ନାହିଁ । ଏଥିଲାଗି ସେ ପ୍ରଥମେ ନିଜ ଆସନରେ ଠିଆ ହୋଇ ପ୍ରତିବାଦ କରିବା ପରେ ପୋଡିୟମ ତଳେ ଧାରଣା ଦେଇଥିବା ନେଇ ପ୍ରଦୀପଙ୍କ ଅଭିଯୋଗ ରହିଥିଲା । ତାଙ୍କ ସମର୍ଥନରେ ବାହାରିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ପରେ ବାଚସ୍ପତିଙ୍କ ଅନୁରୋଧ ପରେ ଧାରଣାରୁ ଉଠି ନିଜ ସ୍ଥାନକୁ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ।
ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ଆରମ୍ଭରୁ ସ୍ୱାଭାବିକ ଭାବେ ଚାଲିଛି ଗୃହ । ପ୍ରଶ୍ନକାଳ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି । କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରଶ୍ନ ଉପରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ଏହା ସହ ଆଜି ଗୃହରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଜଳସମ୍ପଦ, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ପରିବହନ ବିଭାଗକୁ ନେଇ ପ୍ରଶ୍ନୋତ୍ତର କାର୍ଯ୍ୟ ରହିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications