ଗୃହ ଆରମ୍ଭରୁ ବିଜେପି ବିଧାୟକଙ୍କ ହଟ୍ଟଗୋଳ, 4ଟା ଯାଏଁ ଗୃହ ମୁଲତବି
Monsoon Session: ଆଜି ବି ଚାଲି ପାରିଲାନି ଗୃହ । ଅଧିବେଶନ ଆରମ୍ଭରୁ ବିରୋଧୀ ବିଜେପି ବିଧାୟକଙ୍କ ହଟ୍ଟଗୋଳ । ଏହା ପରେ ଅପରାହ୍ନ 4 ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ।

ଗୃହ ଆରମ୍ଭରୁ ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହରେ ହଟ୍ଟଗୋଳ କରିଛନ୍ତି । ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହୋ ହାଲ୍ଲା କରିଛନ୍ତି । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ଣ 4ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ।
ସୂଚନାଥାଉକି, ବିଜେପି ବିଧାୟକମାନେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗି ପ୍ରତିବାଦ କରିଥିଲେ । ଏଥିପାଇଁ ବାଚସ୍ପତି ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଓ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ଚଳିତ ବିଧାନସଭା ଅଧିବେଶନର ଶେଷ ପର୍ଯ୍ୟନ୍ତ ନିଲମ୍ବନ କରିଛନ୍ତି । ଏହାକୁ ପ୍ରତିବାଦ କରି ଆଜି ବିରୋଧୀ ହୋ ହାଲ୍ଲା କରିଛନ୍ତି ।












Click it and Unblock the Notifications