ଆଜି ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନ: ଦିନ ୧୧ଟାରୁ ଆରମ୍ଭ ହେବ ଗୃହ କାର୍ଯ୍ୟ

ଆଜି ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନ । ଅଧିବେଶନର ପ୍ରଥମ ଦିନ ୧୧ଟାରୁ ଆରମ୍ଭ ହେବ ଗୃହ କାର୍ଯ୍ୟ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ ରହିବ । ଅପରାହ୍ନ ୫ଟାରେ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

ଅତିରିକ୍ତ ବଜେଟ୍ ର ଆକାର ପ୍ରାୟ ୨୨ହଜାର କୋଟି ବୋଲି ଜଣାପଡ଼ିଛି । ଏହା ବ୍ୟତିତ ଆପାର୍ଟମେଣ୍ଟ ଅଧ୍ୟାଦେଶ, ଡ୍ରିମ୍ ସ ୟୁନଭରସିଟି ବିଲ୍, ପାଣି ପଞ୍ଚାୟତ ବିଲ୍, ଓବିସି କମିଶନ ଅଧ୍ୟାଦେଶ ଗୃହରେ ଆଗତ ହେବ ।

ମୌସୁମୀ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୋଲିସ ଡ଼ିଜି ସୁନୀଲ ବଂଶଲ ନିଜେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ସୁରକ୍ଷା ବ୍ୟବସ୍ଥା ସମୀକ୍ଷା ବେଳେ ପୋଲିସ କମିଶନର, ଆଇନ ଶୃଙ୍ଖଳା ଏଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି, ଭୁବନେଶ୍ୱର ସିପିପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

ବିଧାନସଭା ପରିସର ଓ ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଥମ ଥର ପାଇଁ ବାହାରେ ଏସଟିୟୁ ଓ ଓଏସଏଫ ନିୟୋଜିତ ହେବେ। ସେହିପରି ଟ୍ରାଫିକ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ରାଲି ଓ ଧାରଣ ଉପରେ ନଜର ରଖାଯାଇଛି । ସୁରକ୍ଷା ଲାଗି କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି ।

odisha_assembl;y

ଚଳିତ ବିଧାନସଭାରେ ତୃତୀୟ ବାଚସ୍ପତି ଭାବେ ଦାୟିତ୍ବ ଗ୍ରହଣ କରିବେ ପ୍ରମିଳା । ୨୦୧୪ ରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି କରାଯାଇଥିଲା । ପରେ ୨୦୨୨ ଜୁନ୍ ମାସରେ ସୂର୍ଯ୍ୟ ନାରାୟଣଙ୍କ ଇସ୍ତଫା ପରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହୋଇଥିଲେ । ହେଲେ ମଇ ମାସରେ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।

ବିଞ୍ଝାରପୁର ଆସନରୁ ୧୯୯୦ରୁ ଏଯାବତ୍‌ ୬ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି ପ୍ରମିଳା । ପ୍ରଥମ ଥର ଜନତା ଦଳ ଟିକଟରେ ସେ ଜିତିଥିଲେ । ୨୦୦୦ରୁ ସେ ବିଜେଡି ଟିକଟରେ ଜିତି ଆସୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+