ବିଧାନସଭାର ଶୁନ୍ୟକାଳରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ବିଚାର କରିବା ଲାଗି ସରକାରଙ୍କୁ ବାଚସ୍ପତିଙ୍କ ପରାମର୍ଶ

Odisha Assembly Monsoon Session Second Phase Live Updates In Odia:ବିଧାନସଭାର ଶୁନ୍ୟକାଳରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ,ବିଚାର କରିବା ଲାଗି ସରକାରଙ୍କୁ ବାଚସ୍ପତିଙ୍କ ପରାମର୍ଶ

ଭୁବନେଶ୍ୱର : ବିଧାୟକ ମାନଙ୍କ ଦରମା ବୃଦ୍ଧି ପାଇଁ ଏକାଠି ହେଲେ ସବୁ ଦଳ । ବିଧାନସଭାର ଶୁନ୍ୟକାଳରେ ସରକାରଙ୍କ ନିକଟରେ ରଖିଲେ ଦାବି । ବିଧାନସଭାରେ ଉଠିଲା ବିଧାୟକ ମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି,କଂଗ୍ରେସ ଓ ବିଜେଡି । ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି ଶେଷ ଥର ପାଇଁ ୧୩.୨.୨୦୧୭ ରେ ବିଧାୟକ ମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ ବି ବଢିଛି ତେଣୁ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କଲେ ମୋହନ ।

assembly

ଅନ୍ୟ ରାଜ୍ୟର ବିଧାୟକ ମାନେ ଅଧିକ ଟଙ୍କା ଦରମା ପାଉଥିବା ବେଳେ ଆମ ରାଜ୍ୟରେ ତାହା ବହୁତ କମ ରହିଛି । ଓଡ଼ିଶାରେ ବିଧାୟକ ମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ କୁ ମିଶାଇ ମୋଟ ୯୯ ହଜାର ୮୦୦ ଟଙ୍କା ରହିଛି ତେଣୁ ତାକୁ ବଢାଯାଉ । ସେହିପରି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନି ପତି ମଧ୍ୟ ଦରମା ବଢ଼ାଇ କୁ ଦାବି କରିଛନ୍ତି । ଅନେକ ସୋସିଆଲ କାର୍ଯ୍ୟକ୍ରମ କୁ ଯାଉଛନ୍ତି ତେଣୁ ଖର୍ଚ୍ଚ ବଢୁଛି । ଏହା ସହ ପୂର୍ବତନ ବିଧାୟକ ମାନେ ପେନସନ ମାତ୍ର ୩୦ ହଜାର ପାଉଛନ୍ତି ତେଣୁ ଉଭୟ ପୂର୍ବତନ ବିଧାୟକଙ୍କ ପେନସନ ଏବଂ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ତାରା ।

ଅନ୍ୟପଟେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ମଧ୍ୟ କହିଛନ୍ତି ଦରମା, ପେନସନ ଏବଂ ମେଡ଼ିକାଲ ଆଲାଉନସ୍ ବଢ଼ାଇବାକୁ ଦାବି କରିଛନ୍ତି । ସେହିପରି ସ୍ଵାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ବିଧାୟକ ମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି । ଏନେଇ ସୁବିଚାର କରିବା ଲାଗି ସରକାରଙ୍କୁ ବାଚସ୍ପତି ପରାମର୍ଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+