ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ
ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହା ପୂର୍ବରୁ ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ସମ୍ଭାବନା ଥିବା ସୂଚନା ମିଳିଥିଲା। ହେଲେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶାରେ ମୌସୁମୀ ପହଞ୍ଚିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ପ୍ରବେଶ କରିଛି।
ଅନ୍ୟପଟେ ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବ। ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଛି। ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।












Click it and Unblock the Notifications