ଆଜିଠୁ ବଢିପାରେ ବର୍ଷା ପରିମାଣ, କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିପାରେ ବର୍ଷାର ପରିମାଣ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା । ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର । ସେହିପରି ଆସନ୍ତାକାଲି ଅର୍ଥାତ ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ସେପଟେ ୧ ଜୁନରୁ ୩ ଜୁଲାଇ ମଧ୍ୟରେ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୨୯% କମ୍ ରହିଛି । ତେବେ ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ । କିଛି କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ ।












Click it and Unblock the Notifications