୩ ରୁ ୪ ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ
ମୌସୁମୀ ଆଗାମୀ ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା। ସେ କହିଛନ୍ତି, ମୌସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ସ୍ପର୍ଶ କରିବ।

ଦକ୍ଷିଣ ଓଡ଼ିଶା ପରେ ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ମୌସୁମୀ। ଓଡ଼ିଶାରେ ମୌସୁମୀ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀ ଓଡ଼ିଶା ଛୁଇଁବା ପରେ ଯେଉଁଭଳି ଭାବରେ ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି, ରାଜ୍ୟରେ ତାତିରୁ ନିସ୍ତାର ମିଳିବ।
ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅନ୍ୟପଟେ ଗତକାଲି ରାଜ୍ୟର ୪ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଆସନ୍ତା ୨୪ ଘଣ୍ଟା ଭିତରେ ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ବରଗଡରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications