ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ, ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ଉପରେ ପ୍ରାଥମିକତା ନେଇ ନିର୍ଦ୍ଦେଶ
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୂଡିକ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ସହ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ଉପରେ ପ୍ରାଥମିକତା ଦେବା ପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି | ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ଓସ୍ୱାନ ହଲରେ ବିଭାଗର ମାସିକ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି କହିଲେ ଯେ ଗ୍ରାମୀଣ ଭିତ୍ତିଭୂମୀ ବିକାଶ କ୍ଷେତ୍ରରେ ବିଭାଗ ଗୁରୁ ଦାୟିତ୍ୱ ବହନ କରିଥାଏ । ଏଣୁ ସମସ୍ତ ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ଏବଂ ଧାର୍ଯ୍ୟ ସମୟରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ୱ | ଏ ଦିଗରେ ବିଭାଗର ସମସ୍ତ ଯନ୍ତ୍ରୀମାନେ ଯତ୍ନବାନ ହେବା ଆବଶ୍ୟକ ।

ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଦିଗରେ ବିଭାଗ ଧ୍ୟାନ ଦେବା ଜରୁରୀ ବୋଲି ଶ୍ରୀ ସିଂହ ପ୍ରକାଶ କରିଥିଲେ । ଅଦ୍ୟାବଧି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ବିଭାଗ ସମ୍ଭନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତର୍ଜମା କରାଯାଇ କାର୍ଯ୍ୟକ୍ରମ ଆରମ୍ଭ କରା ଯାଇଛି । ତନ୍ମଧ୍ୟରୁ ୧୫୬ ଗୋଟି ବ୍ରିଜ ପାଇଁ ୧୨୩୧.୩୬ କୋଟି, ୪୫ ଗୋଟି ରାସ୍ତା ପ୍ରକଳ୍ପ ପାଇଁ ୨୯୨.୭୩ କୋଟି ବ୍ୟୟ ଅଟକଳ କରାଯାଇ କାର୍ଯ୍ୟ ଆରମ୍ଭ ହୋଇଛି । ସେଥିମଧ୍ୟରୁ ୧୨ ଗୋଟି ପ୍ରକଳ୍ପର କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇଥିବା ବେଳେ 46ଟିର ଟେଣ୍ଡର ପ୍ରକ୍ରିୟା ଏବଂ ୩୭ ଟିର ଡିପିଆର ପ୍ରସ୍ତୁତି ସମାପ୍ତ ହୋଇଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଅକ୍ଷୟ କୁମାର ପ୍ରଧାନ ମୁଖ୍ୟ ଶାସନ ସଚିବକୁ ଅବଗତ କରାଇ ଥିଲେ |
ସେହିପରି ଆର.ଆଇ.ଡି.ଏଫ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକ ଧାର୍ଯ୍ୟ ସମୟରେ ସାରିବା ସହ ପିସିଆର ପ୍ରଦାନ କରିବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେବା ସହ ରୋଡ ଏବଂ ବ୍ରିଜ ସେକ୍ଟରରେ ସ୍ଥଗିତ ରହିଥିବା ଡିପିଆର ଆସନ୍ତା ଏକ ସପ୍ତାହ ମଧ୍ୟରେ ଦାଖଲ କରିବାକୁ କହିଥିଲେ । ପାରିପାର୍ଶ୍ବିକ କାରଣ ପାଇଁ ଯଦି ଧାର୍ଯ୍ୟ ସମୟ ମଧ୍ୟରେ କୌଣସି ପ୍ରକଳ୍ପ ସମ୍ପୁର୍ଣ୍ଣ ହେଇ ପାରୁ ନ ଥିବ ତେବେ ଆବଶ୍ୟକ ପଡିଲେ ପିସିଆର ପାଇଁ ଆସନ୍ତା ମାର୍ଚ୍ଚ ମାସ ପର୍ଯ୍ୟନ୍ତ ସମୟ ଅବଧି ବୃଦ୍ଧି କରିବାକୁ ଅର୍ଥ ବିଭାଗକୁ ଅନୁରୋଧ କରାଯିବ । ଅକ୍ଟୋବର ମାସ ସୁଧା ବିଭାଗୀୟ ବଜେଟର ୬୦ ପ୍ରତିଶତ ଡିଭିଜନ ମାନଙ୍କୁ ପ୍ରଦାନ କରାଯିବ । ବର୍ତ୍ତମାନ ସୁଧା ବିଭାଗର ପ୍ରକଳ୍ପ ଜନିତ ବ୍ୟୟ ୫୦ ପ୍ରତିଶତ ରହିଛିା ।
ଆସନ୍ତା ଅକ୍ଟୋବର ଶେଷ ସୁଧା ସମସ୍ତ ଡିଭିଜନ ଅନ୍ୟୁନ ୬୦ ପ୍ରତିଶତ ଅନୁଦାନ ଖର୍ଚ୍ଚ କରିବା ସହ ସମସ୍ତ ଡିଭଜନ ସର୍ବନିମ୍ନ ୧୫ କୋଟି ଟଙ୍କା ଖର୍ଚ୍ଚ କରି ରିର୍ପୋଟ ପ୍ରଦାନ କରିବାକୁ ଶ୍ରୀ ସିଂହ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ବାକି ରହିଥିବା ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ କହିଥିଲେ | ସେହିପରି ବିଜୁସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପ ଗୂଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଆପ୍ରୋଚ ରୋଡ ଗୁଡିକୁ ଆସନ୍ତା ଅକ୍ଚୋବର ଶେଷ ସୁଧା ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା | ୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ସାରିବା ସହ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପ ଗୁଡିକର ଡିପିଆର ଫାଇନାଲ କରି ଟେଣ୍ଡର ପ୍ରକ୍ରିୟା ଶୀଘ୍ର ସାରିବାକୁ ଶ୍ରୀ ସିଂହ ପରାମର୍ଶ ଦେଇଥିଲେ | ବିଜୁ ସେତୁ ଯୋଜନା ଅଧିନରେ ଥିବା ଅସମ୍ପୁର୍ଣ୍ଣ କାମ ଆସନ୍ତା ଅକ୍ଟୋବର ଶେଷ ସୁଧା ସାରିବାକୁ ବୈଠକରେ ଗୁରୁତ୍ବ ଦିଆ ଯାଇଥିଲା | ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକୁ ଅଗ୍ରାଧୀକିର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଅସମ୍ପୁର୍ଣ୍ଣ ଥିବା ପ୍ରକଳ୍ପକୁ ଆସନ୍ତା ଡିସେମ୍ବର ସୁଧା ସମ୍ପୁର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଥିଲେ |
ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ଚୁଡାନ୍ତ କରିବାକୁ କହିଥିଲେ | ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ନିର୍ମାଣ କରା ଯାଉଥିବା ରାସ୍ତାରେ ବ୍ୟବହୃତ ପିଚୁ ଉଚ୍ଚମାନର ହେବା ଜରୁରୀ । ଏଥିପାଇଁ ଅଧିକୃତ ସଂସ୍ଥା ଯଥା ଆଇ.ଓ.ସି.ଏଲ, ଏଚ.ପି.ସି.ଏଲ ଠାରୁ ପିଚୁ ବା ବିଟୁମେନ କିଣି ବ୍ୟବହାର କରିବାକୁ ବିଭାଗୀୟ ନିର୍ଦ୍ଦେଶ ରହିଛି । ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ସିଂହ ବୈଠକରେ ସତର୍କ କରାଇଥିଲେ ।
ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ଯ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ସମ୍ପର୍କରେ ଆଲୋଚନା କରା ଯାଇଥିଲା | ପ୍ରତ୍ଯେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ଯକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ | ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସ୍ବତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଶ୍ରୀ ଜୀବନାନନ୍ଦ ନାୟକଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ |
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications