Get Updates
Get notified of breaking news, exclusive insights, and must-see stories!

ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ, ଅନୁଦାନର ସୁବିନିଯୋଗ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୂର୍ଣ୍ଣ କରିବା ସହ ଠିକ ସମୟରେ ପ୍ରକଳ୍ପ କାର୍ଯ୍ୟ ସମାପ୍ତ କରିବାକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଅପରାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ଓସ୍ୱାନ ହଲରେ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।

review meeting

ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଏଥିରେ ଅଧ୍ୟକ୍ଷତା କରି କହିଲେ ଯେ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ପାଇଁ ଦିଆ ଯାଇଥିବା ଅନୁଦାନର ସୁବିନିଯୋଗ ଜରୁରୀ ଅଟେ । ଫେବୃଆାରୀ ମାସ ସୁଦ୍ଧା ୯୦ ପ୍ରତିଶତ ଅନୁଦାନ ଖର୍ଚ୍ଚ ହେବାକୁ ଲକ୍ଷଧାର୍ଯ୍ୟ ଥିବାବେଳେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯେପରି ଶତପ୍ରତିଶତ ଅନୁଦାନ ବ୍ୟୟ ହୋଇ ପାରିବ ସେଥିପ୍ରତି ବିଭାଗୀୟ ଯନ୍ତ୍ରୀମାନେ ଯତ୍ନବାନ ହେବା ଦରକାର ।

ସେହିପରି ବିଭାଗର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ହେବା ଆବଶ୍ୟକ । ଏଣିକି ବିଭାଗର ଏଷ୍ଟିମେଟରମାନେ ଫିଲ୍ଡ ଯାଇ କାର୍ଯ୍ୟ ତଦାରଖ କରନ୍ତୁ ବୋଲି ଶ୍ରୀ ସିଂହ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭାଗ ଅଧିକାରୀମାନଙ୍କ ପେନସନ ଓ ଶୃଙ୍ଖଳାଗତ ପ୍ରକ୍ରିୟା ଉପରେ ମଧ୍ୟ ବିଭାଗ ବିଶେଷ ଭାବେ ଧ୍ୟାନ ଦେବା ଆବଶ୍ୟକ । ଅଦାଲତ ସମ୍ବନ୍ଧୀୟ କେଶଗୁଡିକୁ ଅଗ୍ରାଧିକାର ଭିତ୍ତିରେ ସମାଧାନ କରିବା ସହିତ ବାକିଥିବା ପେନସନ କେଶଗୁଡିକୁ ଚଳିତ ମାର୍ଚ୍ଚ ସୁଦ୍ଧା ଫଇସଲା ପାଇଁ ଶ୍ରୀ ସିଂହ ପରାମର୍ଶ ଦେଇଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧୀୟ ସମସ୍ତ ଅଭିଯୋଗଗୁଡିକର ଯଥା ସମୟରେ ତ୍ୱରିତ ସମାଧାନପୂର୍ବକ ଅନୁପାଳନ ରିପୋର୍ଟ ବିଭାଗକୁ ପ୍ରଦାନ କରିବା ଜରୁରୀ ବୋଲି ସେ ପ୍ରକାଶ କରିଥିଲେ ।

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ପ୍ରକଳ୍ପଗୁଡିକର ସମୀକ୍ଷା ଅବସରରେ ଶ୍ରୀ ସିଂହ କହିଲେ ଯେ ସଡକ, ସେତୁ ଓ ଗୃହ ନିର୍ମାଣ କ୍ଷେତ୍ରରେ ବିଭାଗ ସମସ୍ତ ସର୍କଲମାନଙ୍କୁ ପର୍ଯ୍ୟାପ୍ତ ପାଣ୍ଠି ଯୋଗାଇବା ସେ ଯେଉଁ କିଛି ଡିଭିଜନ୍‌ ଧାର୍ଯ୍ୟ ବ୍ୟୟ ଲକ୍ଷରେ ପହଞ୍ଚି ପାରି ନାହାନ୍ତି ସେମାନେ ମାର୍ଚ୍ଚ ଭିତରେ ଏହାକୁ ପୂରଣ କରିବେ । ସମସ୍ତ ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ଏବଂ ଧାର୍ଯ୍ୟ ସମୟରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ୱ ।

ଆର.ଆଇ.ଡି.ଏଫ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକ ଧାର୍ଯ୍ୟ ସମୟରେ ସାରିବା ସହ ଆଗାମୀ ମାର୍ଚ୍ଚ ସୁଦ୍ଧା ପିସିଆର ପ୍ରଦାନ କରିବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେବା ସହ ରୋଡ ଏବଂ ବ୍ରିଜ ସେକଫରରେ ସ୍ଥଗିତ ରହିଥିବା ପିସିଆର ଦାଖଲ କରିବାକୁ କହିଥିଲେ । ସେହିପରି ବିଜୁ ସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ପ୍ରକଳ୍ପ ଅନୁମୋଦନ ପାଇଁ ଫିଜିବିଲିଟି ରିପୋର୍ଟ, ଟେଣ୍ଡର ଏଗ୍ରିମେଣ୍ଟ ଏବଂ ସମ୍ପୂର୍ଣ୍ଣ ହୋଇଥିବା କାର୍ଯ୍ୟର ପିସିଆର ଆଦି ଯଥା ସମୟରେ ସମ୍ପୂର୍ଣ୍ଣ କରି ବିଭାଗକୁ ଅବଗତ କରାଇବାକୁ କହିଥିଲେ । ନିର୍ବାହୀ ଯନ୍ତ୍ରୀମାନେ ପ୍ରକଳ୍ପର ଫିଜିବିଲିଟି ରିପୋର୍ଟ ପ୍ରଦାନ କରିବା ସମୟରେ କେଉଁ ଯୋଜନା ଏବଂ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହେଇ ପାରୁଛି ସେଗୁଡିକୁ ଅନୁଧ୍ୟାନପୂର୍ବକ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । କୌଣସି ପରିସ୍ଥିତିରେ ଏହାର ଉଲଙ୍ଘନ ଗ୍ରହଣୀୟ ନୁହେଁ ବୋଲି ଶ୍ରୀ ସିଂହ ସତର୍କ କରାଇଥିଲେ ।

ଏହା ସହ ୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ପ୍ରକଳ୍ପଗୁଡିକର ଅଗ୍ରଗତି ସମ୍ବନ୍ଧରେ ବୁଝିବା ସହ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପଗୁଡିକର ବାକି ରହି ଯାଇଥିବା ଡିପିଆର ଫାଇନାଲ କରିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପଗୁଡିକୁ ଅଗ୍ରାଧିକାର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଚାଲୁ ରହିଥିବା ପ୍ରକଳ୍ପ ଚଳିତ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଥିଲେ । ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପ୍ରକ୍ରିୟା ସାରିବାକୁ କହିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଅଧିନରେ ସମ୍ପୂର୍ଣ୍ଣ ହୋଇଥିବା ରାସ୍ତାଗୁଡିକର ନିୟମିତ ଓ ସାମୟିକ ରକ୍ଷଣାବେକ୍ଷଣର ବ୍ୟୟବରାଦକୁ ଦୃଷ୍ଟିରେ ରଖି କାର୍ଯ୍ୟ ଆଗେଇ ନେବାକୁ ଡିଭିଜନମାନଙ୍କୁ ପରାମର୍ଶ ଦେଇଥିଲେ ।

ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମ୍ପର୍କରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ନିର୍ଦେଶକ ଶ୍ରୀ ନିଖିଲ ପବନ କଲ୍ୟାଣ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଶ୍ରୀ ସର୍ବେଶ୍ୱର ସିଂଙ୍କ ସମେତ ପ୍ରତ୍ୟେକ ସର୍କଲ ଓ ଡିଭିଜନର ମୁଖ୍ୟ ଯନ୍ତ୍ରୀ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+