ଆହୁରି ବର୍ଷିବ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ୫ ଜୁଲାଇ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହ ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଛି । ତେବେ ଆଜି ପାଇଁ ୩ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

rain

ସେହିପରି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକ ହେଲା ବରଗଡ,ଅନୁଗୁଳ, ଝାରସୁଗୁଡା, ଢେଙ୍କାନାଳ, ଦେଓଗଡ, ସମ୍ବଲପୁର ।

ଏଥିସହ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଛି।

ଏପଟେ ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ରହିଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୧୦.୩୯ ମିଟର୍ ପ୍ରବାହିତ ହେଉଛି । ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ ଜଳବନ୍ଦୀ ହୋଇଛି । ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି ବିଭିନ୍ନ ଗାଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+