ରାଜ୍ୟରେ ଗଡୁଛି ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍ ଯାନ
ଓଡ଼ିଶାରେ ଏପର୍ଯ୍ୟନ୍ତ ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍ ଯାନ (EV) ପଞ୍ଜୀକୃତ ହୋଇ ରାସ୍ତାରେ ଚାଲୁଛି। ଗୁରୁବାର ବିଧାନସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରିକ୍ ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ବିଭିନ୍ନ ବର୍ଗରେ ମୋଟ ୩୪୦.୯୫ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ବିଭିନ୍ନ ସରକାରୀ ବିଭାଗ ଓ ଏଜେନ୍ସି ଏପର୍ଯ୍ୟନ୍ତ ୬୮୦ଟି ଇଲେକ୍ଟ୍ରିକ୍ ଯାନ କିଣିଛନ୍ତି। ବର୍ତ୍ତମାନ ଭୁବନେଶ୍ୱରରେ ୧୨ଟି ଇଲେକ୍ଟ୍ରିକ୍ ଯାନ ଚାର୍ଜିଂ ଷ୍ଟେସନ୍ କାର୍ଯ୍ୟକ୍ଷମ ରହିଛି।












Click it and Unblock the Notifications