ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ସ୍କୁଲ ଟାଇମ ଟେବୁଲ ବଦଳାଇଛନ୍ତି । ସକାଳ ୭ଟାରୁ ସାଢେ ୧୧ଟା ଯାଏଁ ସ୍କଲରେ ଚାଲିବ ପାଠପଢା । ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସକାଳୁଆ ହେବ ।
ଏପ୍ରିଲ ୩ ତାରିଖରୁ ଚଳିତ ଶିକ୍ଷାବର୍ଷର ପାଠପଢା କାର୍ଯ୍ୟକ୍ରମ ଆରମ୍ଭ ହେବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛନ୍ତି । ସେହିପରି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ଜିଲ୍ଲାର ସ୍କୁଲଗୁ଼ଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଥାଉ ଯେ, ଏପ୍ରିଲ ୩ ରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ ହେବ । ୩ରୁ ଆରମ୍ଭ ହୋଇ ୮ ତାରିଖରେ ଶେଷ ହେବ ନାମଲେଖା ପ୍ରକ୍ରିୟା । ଯାହା ପରେ ଏପ୍ରିଲ ୧୧ ରୁ ସକାଳୁଆ କ୍ଲାସ୍ ହେବ । ସେହିପରି ଖରାକୁ ନଜରରେ ରଖି ସ୍ୱଚ୍ଛ ପାନୀୟ ଜଳ ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବା ପାଇଁ ସ୍କଲୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications