ପିଲା ଫେରିପାଇବା ପରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମାଆ

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା' କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା' ଜୟନ୍ତୀ ମଲ୍ଲିକ। ଛୁଆକୁ ଫେରି ପାଇବି ବୋଲି ଆଶା କରି ନ ଥିଲି। ପ୍ରଭୁ ଶ୍ରୀରାମଙ୍କ ଦୟାରୁ ଛୁଆକୁ ଫେରି ପାଇଲି ବୋଲି ମା' ଜୟନ୍ତୀ କହିଛନ୍ତି। ଏପରିକି ସେ ପୋଲିସ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ପରତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପକ୍ଷେ ଦୀର୍ଘ ୫୦ ଘଣ୍ଟାର ଅପେକ୍ଷା ପରେ ମା' କୋଳକୁ ଫେରିଛି ଅପହୃତ କୁନି ପୁଅ।

mohan majhi

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା'ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା' ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ କାଳ ବିଳମ୍ବ କରା ନ ଯାଇ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀଙ୍କୁ ଅବଗତ କରାଯାଇଥିଲା। ଏଥି ସହିତ ତ୍ୱରିତ ପଦକ୍ଷେପ ନେବାପାଇଁ ପରାମର୍ଶ ଦିଆଯାଇଥିଲା ଏବଂ ଘଟଣାର ନିୟମିତ ମନିଟରିଂ କରାଯାଉଥିଲା।

ଶେଷରେ ପୋଲିସ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର କରିଥିଲା। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ଗିରଫ କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍‌ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି କି ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି ହୋଇଥିବା ସୂଚନା ମିଳିଛି। ଖାସ୍‌ କରି କିଡନୀ ପାଇଁ ପିଲା ଚୋରି କରିଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସହ ଅପହରଣ କରିଥିବା ଯୁବକଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+