ମୁଖ୍ୟ ଶାସନ ସଚିବ ପିକେ ଜେନାଙ୍କ ମାତୃବିୟୋଗ

ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ପ୍ରଦୀପ କୁମାର ଜେନାଙ୍କ ମାତା ଶ୍ରୀମତୀ ଶକୁନ୍ତଳା ଜେନାଙ୍କର ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ପରିବାର ବର୍ଗ, ବନ୍ଧୁ ଓ ଆତ୍ମୀୟ ସ୍ବଜନମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । ଆଜି ଦିନ ପ୍ରାୟ ୧.୪୦ ମିନିଟ୍ ସମୟରେ ତାଙ୍କର ପରଲୋକ ଘଟିଥିଲା । ତାଙ୍କର ଦେହାନ୍ତ ସଂବାଦ ପାଇ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ,

mother of chief secy passes away

ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ ଦେବ, ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ, ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ କୁମାର ମିଶ୍ର, ଓ ଏସପିସିବି ସଦସ୍ୟ ସଚିବ ଡଃ. କେ. ମୁରୁଗେସନ, ବରିଷ୍ଠ ପ୍ରଶାସନିକ ଅଧିକାରୀ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ, କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏବଂ ରାଜ୍ୟ ପ୍ରଶାସନର ଅନ୍ୟ ବରିଷ୍ଠ ପଦାକାରୀବୃନ୍ଦ ଆଜି ମୁଖ୍ୟ ଶାସନ ସଚିବଙ୍କ ଭୁବନେଶ୍ବର ୟୁନିଟ୍ -୬ ସ୍ଥିତ ସରକାରୀ ବାସ ଭବନକୁ ଯାଇ ସ୍ବର୍ଗୀୟା ଜେନାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଏବଂ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପରେ ପରେ ଆଜି ସଂଧ୍ୟାରେ ପୁରୀ ସ୍ବର୍ଗଦ୍ବାର ନିଆଯାଇ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+