ବନ୍ଦ ଘରୁ ମିଳିଲା ମା ଓ 7ବର୍ଷ ପୁଅର ମୃତଦେହ
ଗଞ୍ଜମ: ମା' ଓ ପୁଅର ସନ୍ଦେହଜନକ ମୃତ୍ୟୁ । ଏକ ବନ୍ଦ ଘରୁ ମିଳିଛି ମା' ଓ 7ବର୍ଷର ପୁଅର ମୃତଦେହ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଚୁଡ଼ିଆଲାଞ୍ଜି ଗାଁରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ଡି. ନିଳାବେଣୀ ଓ ତାଙ୍କ ପୁଅ ଡି. ରିତିକ । ମା' ପୁଅଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ସ୍ପଷ୍ଟ ହୋଇନାହିଁ ।

ଆଜି ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଳାବେଣୀ ଘରର କବାଟ ଖୋଲି ନଥିଲେ । ଏନେଇ ପାଖ ପଡ଼ୋଶୀଙ୍କର ସନ୍ଦେହ ହୋଇଥିଲା । ଘଟଣା ସଂପର୍କରେ ପୁଲିସ ଖବରକୁ ଦେଇଥିଲେ । ପୁଲିସ ପହଞ୍ଚି କବାଟ ତାଡ଼ି ମା'ପୁଅଙ୍କ ମୃତଦେହ ଉଦ୍ଧାର କରିଥିଲା । ମା'ପୁଅଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ । ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି । ନିଳାବେଣୀଙ୍କ ସ୍ୱାମୀ ରାଜ୍ୟ ବାହାରେ ଚାକିରି କରୁଛନ୍ତି । ନିଳାବେଣୀ ମା' ଓ ତାଙ୍କ ପୁଅ ଘରେ ରହୁଥିଲେ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications