Get Updates
Get notified of breaking news, exclusive insights, and must-see stories!

୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU, ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି!

ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ସମ୍ମିଳନୀରେ ଦୁଇଦିନରେ ୧୨ ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୁଞ୍ଜି ନିବେଶ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରର ଜନତା ମଇଦାନରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଦୁଇ ଦିନିଆ ଶିଳ୍ପ ସମ୍ମିଳନୀରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହା ବ୍ୟତୀତ ସିଇଓ ରାଉଣ୍ଡ୍‌ଟେବୁଲ୍‌, ମହିଳା ନେତୃତ୍ବ ରାଉଣ୍ଡ୍‌ଟେବୁଲ୍ ଓ ଏଡିଟର୍ସ ରାଉଣ୍ଡ୍‌ଟେବୁଲ୍ ଅନୁଷ୍ଠିତ ହୋଇଛି। କନ୍‌କ୍ଲେଭ୍‌ର ପ୍ରଥମ ଦିନରେ ୫ଟି ଓ ଦ୍ବିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ୧୪୫ଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

ଏହି MoU ଗୁଡିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ୟ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି । ଏହା ଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି (Inclusive Growth) ହୋଇପାରିବ ।

MOU for investment of 12 89 lakh crores

MoU ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ (Investment Intents Received in Forms) ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି । ଏହି କନକ୍ଲେଭରେ ସମୁଦାୟ ୨୦ ଟି ସେକ୍ଟରରେ ୫୯୩ଟି ପ୍ରକଳ୍ପ ପାଇଁ ୧୬.୭୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ଏବଂ ଏହାଦ୍ୱାରା ୧୨.୮୮ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି ।

ସମ୍ମିଳନୀକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ମୋଦୀ ଗତକାଲି କହିଥିଲେ, ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ଓଡ଼ିଶା ଖୁବ୍ ଶୀଘ୍ର ସେଭଳି ଶୀର୍ଷରେ ପହଞ୍ଚିବ, ଯାହାର କେହି କଳ୍ପନା କରିନାହାନ୍ତି।

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ‌ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ ପ୍ରସ୍ତୁତ କରାଯାଇଛି। ‌ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଇଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍‌ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। ଜାନୁଆରି ୩୧ ଯାଏଁ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+