Get Updates
Get notified of breaking news, exclusive insights, and must-see stories!

ବ୍ୟାଙ୍କବିହୀନ ଗ୍ରାମ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସେବା, 6 ଟି ବ୍ୟାଙ୍କ ସହ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ସିଏସପି ପ୍ଲସ୍‌ ବ୍ୟାଙ୍କିଙ୍ଗ ଆଉଟଲେଟ୍‌ ମାଧ୍ୟମରେ ରାଜ୍ୟର ସମସ୍ତ ବ୍ୟାଙ୍କବିହୀନ ଗ୍ରାମ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସେବା । ଏ ନେଇ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଦ୍ୱାରା 6 ଟି ପବ୍ଲିକ୍‌ ସେକଫର ବ୍ୟାଙ୍କ ଯଥା ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ, ୟୁନିଅନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ୟୁକୋ ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ୍‌ ବରୋଦା ସହିତ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି ।

bank - mou

ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ଆର୍ଥିକ ଅନ୍ତର୍ଭୁକ୍ତୀକରଣ । ରାଜ୍ୟର ୬୭୯୮ ଜିପି ମଧ୍ୟରୁ ପ୍ରାୟ ଶତକଡା ୬୫ ଭାଗ ଜିପିରେ (୪୩୭୩ ଜିପି) ସ୍ଥାୟୀ ବ୍ୟାଙ୍କ ଶାଖା ନାହିଁ । ଆର୍ଥିକ ଅଗ୍ରସର ପାଇଁ ବ୍ୟାଙ୍କିଙ୍ଗ ଏକ ଅତ୍ୟାବଶ୍ୟକ ସେବା ହୋଇଥିବାରୁ, ବ୍ୟାଙ୍କ ସେବା ଓ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଜିପିଙ୍କୁ ଏକ ସ୍ଥାୟୀ ବ୍ୟାଙ୍କ ଶାଖା ଯୋଗାଇ ଦିଆଯିବା ଆବଶ୍ୟକ ।

ତେଣୁ ଓଡିଶା ସରକାର ସିଏସ୍‌ପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ମାଧ୍ୟମରେ ପ୍ରତ୍ୟେକ ବ୍ୟାଙ୍କବିହୀନ ଜିପିକୁ ବ୍ୟାଙ୍କିଙ୍ଗ ସେବା ଯୋଗାଇବା ପାଇଁ ଏକ ଉଚ୍ଚାଭିଳାଷୀ ଯୋଜନା ପ୍ରସ୍ତୁତ କରିଛନ୍ତି । ଚଳିତ ଆର୍ଥିକ ବର୍ଷ ୨୦୨୩- ୨୪ ରେ ରାଜ୍ୟର ସମସ୍ତ ବ୍ୟାଙ୍କବିହୀନ ଜିପିମାନଙ୍କୁ ଏହି ଯୋଜନାରେ ପର୍ଯ୍ୟାୟ କ୍ରମେ ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଓଡ଼ିଶା ସରକାର ୫ ବର୍ଷ ପାଇଁ ବିନା ଭଡାରେ ବ୍ୟାଙ୍କିଙ୍ଗ ସ୍ଥାନ ପ୍ରଦାନ କରିବେ । ଏଥିସହିତ ଏକକାଳୀନ ସ୍ଥାୟୀ ଖର୍ଚ୍ଚ ଏବଂ ୩ ବର୍ଷ ପାଇଁ ରେକରିଙ୍ଗ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏଥିପାଇଁ ସର୍ବମୋଟ ୫୦୦ କୋଟି ଟଙ୍କା ଖର୍ଚ୍ଚର ଯୋଜନା ପ୍ରସ୍ତୁତ କରାଯାଇଛି ।

ଆର୍ଥିକ ଅନ୍ତର୍ଭୂକ୍ତିକରଣକୁ ସଠିକ ରୂପଦେବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ୫-ଟି ମନ୍ତ୍ର ଅନୁଯାୟୀ ଏହାକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ । ସମସ୍ତ ଜିପିମାନଙ୍କୁ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇବା ପାଇଁ ଏଭଳି ଏକ ଆଦର୍ଶ ମଡେଲ୍‌ ଗ୍ରହଣ କରିଥିବା ରାଜ୍ୟମାନଙ୍କ ମଧ୍ୟରେ ଓଡିଶା ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଅଟେ ।

ଏହା ଦ୍ୱାରା ରାଜ୍ୟର ସମସ୍ତ ଅଣବ୍ୟାଙ୍କିଙ୍ଗ ଗ୍ରାମ ପଞ୍ଚାୟତରେ ରହୁଥିବା ଲୋକମାନେ ସୁବିଧାରେ ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍‌ ସେବା ପାଇପାରିବେ । ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାମାନେ ଡୋର ଷ୍ଟେପ୍‌ ବ୍ୟାଙ୍କିଙ୍ଗ୍‌ ଏବଂ ଠିକ୍‌ ସମୟରେ ସରକାରଙ୍କ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର(ଡିବିଟି) ବ୍ୟବସ୍ଥାର ଲାଭ ପାଇ ପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+