ଆଉ ପାଦେ ଆଗେଇଲା ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ, ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ MOU ସ୍ୱାକ୍ଷରିତ
ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଗଡ଼ିବ ମେଟ୍ରୋ । ଟ୍ରାଫିକ୍ ସମସ୍ୟାରୁ ମୁକ୍ତ ସହ ସୁଗମ ଯାତାୟତର ସୁବିଧା ପାଇବେ ରାଜଧାନୀବାସୀ । ଏ ନେଇ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ ଆଉ ପାଦେ ଆଗେଇଛି । ଭୁବନେଶ୍ୱର ମେଟ୍ରୋ ପାଇଁ ବୁଝାମଣା ପତ୍ର(MOU) ସ୍ୱାକ୍ଷରିତ ହୋଇଛି । ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ MOU ସ୍ୱାକ୍ଷରିତ ହୋଇଛି । ଭର୍ଚୁଆଲ୍ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ MOU ସ୍ୱାକ୍ଷର ହୋଇଥିବା ସୂଚନା ମିଳିଛି ।

4 ବର୍ଷରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର 6255 କୋଟି ଟଙ୍କା ବହନ କରିବେ । କାର୍ଯ୍ୟକ୍ରମରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପରିବହନ ଇତିହାସରେ ମେଟ୍ରୋ ରେଳ ଯୋଡିବ ସ୍ୱର୍ଣ୍ଣିମ ଫର୍ଦ୍ଦ। ନୂଆ ଓଡ଼ିଶାର ସଂକଳ୍ପକୁ ପୂରଣ କରିବାରେ ଏହି ପ୍ରକଳ୍ପ ଅନେକାଂଶରେ ସହାୟକ ହେବ । ରାଜ୍ୟ ସରକାର ଏବାବଦରେ ଯେତିକି ଟଙ୍କା ନିବେଶ କରିବେ ତାହା ହେଉଛି ଓଡ଼ିଶା ଭିତ୍ତିଭୂମତି ପ୍ରକଳ୍ପ ନିବେଶରେ ସର୍ବକାଳୀନ ରେକର୍ଡ । ନବୀନ ଆହୁରି କହିଛନ୍ତି, ମୁଁ ଖୁସି ମୋ ସରକାର 2019 ରେ ଯେଉଁ ପ୍ରତିଶ୍ରୁତି ରାଜ୍ୟବାସୀଙ୍କୁ ଦେଇଥିଲା ତାକୁ ପୂରଣ କରିବାକୁ ଅଣ୍ଟା ଭିଡ଼ିଛି ।
ପୂର୍ବରୁ ନୂଆ ବର୍ଷରୁ ଭୁବନେଶ୍ୱର-କଟକ ମେଟ୍ରୋ ରେଲ୍ କାମ ଆରମ୍ଭ ହେବାନେଇ ସୂଚନା ଦିଆଯାଇଥିଲା । ଆସନ୍ତା ଜାନୁଆରି ପହିଲାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଗତ ଅକ୍ଟୋବର ମାସ 29 ତାରିଖରେ 5ଟି ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏହି ପ୍ରକଳ୍ପର ସମୀକ୍ଷା କରିଥିଲେ । 4 ବର୍ଷ ଭିତରେ ପ୍ରକଳ୍ପର କାମ ଶେଷ କରିବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏଁ 26 କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍ 20 ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି । ଅତ୍ୟାଧୁନିକ କୋଚ୍ ସିଗନାଲ୍ ଓ ଟିକେଟ୍ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍












Click it and Unblock the Notifications