ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ୧୪ ବିଭାଗରେ ପୁରସ୍କାର ପାଇଁ ହେବ ଆବେଦନ ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ ହେବ । ନଭେମ୍ବର ୪ ତାରିଖ (ଶନିବାର)ଠାରୁ ଏହି ଆବେଦନ ପ୍ରକ୍ରିୟା ଆରମ୍ବ ହେବ । ନଭେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ଜାରି ରହିବ । ପୁରସ୍କାର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍ www.msp.odisha.gov.in ରେ ଆବେଦନ କରିପାରିବେ ।

ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକର ମେଧାବୀ ଛାତ୍ରଛାତ୍ରୀ, ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶିକ୍ଷକ-ଶିକ୍ଷୟିତ୍ରୀ, ଶିକ୍ଷା ପ୍ରଶାସକ, ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ଉଲ୍ଲେଖନୀୟ ବ୍ୟକ୍ତି ବିଶେଷ ଓ ବିଭିନ୍ନ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ କରାଯିବ । ରାଜ୍ୟସ୍ତରରେ ୧୯ ହଜାର ୪୬୭ଟି ପୁରସ୍କାର ବାବଦରେ ୩୨ କୋଟି ୧୭ ଲକ୍ଷ ୨୯ ହଜାର ଟଙ୍କା ପ୍ରଦାନ କରାଯିବ । ସେହିପରି ଜିଲ୍ଲାସ୍ତରରେ ୪,୬୮୦ଟି ପୁରସ୍କାର ପାଇଁ ୨୪ କୋଟି ୫୮ ଲକ୍ଷ ୫୦ ହଜାର ଟଙ୍କା ପୁରସ୍କାର ରାଶି ଦିଆଯିବ । ବ୍ଲକ୍‌ସ୍ତରରେ ୩୪, ୮୫୪ଟି ପୁରସ୍କାର ବାବଦକୁ ୫୯ କୋଟି ୯୭ ଲକ୍ଷ ୪୦ ହଜାର ଟଙ୍କା ପ୍ରଦାନ କରାଯିବ । ମହାନଗରନିଗମସ୍ତରରେ ୫୦ଟି ଓ ସବ୍‌ଡିଭିଜିନାଲ୍‌ସ୍ତରରେ ୫୮ଟି ପୁରସ୍କାର ପାଇଁ ୧୧ ଲକ୍ଷ ୬୦ ହଜାର ଟଙ୍କା ପୁରସ୍କାର ରାଶି ଦିଆଯିବ ।

naveen_patnaik

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲ୍ଲା ପୁରସ୍କାର, ବ୍ଲକ୍ ପୁରସ୍କାର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପକ୍ରିୟା ଆରମ୍ଭ ହୋଇଛି । ମାଧ୍ୟମିକ ବିଦ୍ୟାଳୟସ୍ତରରେ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ପୁରସ୍କାର ଏବଂ ପ୍ରାଥମିକ ବିଦ୍ୟାଳୟସ୍ତରରେ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ପୁରସ୍କାର ପାଇଁ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଆବେଦନ କରିବେ । ସେହିପରି ଶିକ୍ଷକ ପୁରସ୍କାର ପାଇଁ ଶିକ୍ଷକମାନେ ଆବେଦନ କରିବେ । ଅନ୍ୟପକ୍ଷରେ ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର ପାଇଁ ପ୍ରଧାନଶିକ୍ଷକ ଆବେଦନ କରିବେ । ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଆବେଦନ କରିପାରିବେ । ସେହପିରି ଡିଇଓ, ବିଇଓ, ସିଆର୍‌ସିସି ପୁରସ୍କାର ପାଇଁ ସମ୍ପୃକ୍ତ ଅଧିକାରୀ ଆବେଦନ କରିବେ । ଜିଲ୍ଲା ପୁରସ୍କାର ପାଇଁ ଜିଲ୍ଲାପାଳ ଓ ବ୍ଲକ୍ ପୁରସ୍କାର ପାଇଁ ବିଡିଓ ଆବେଦନ କରିିବେ । ଡିଆଇଇଟି ପୁରସ୍କାର ପାଇଁ ସମ୍ପୃକ୍ତ ଡିଆଇଇଟିର ଅଧ୍ୟକ୍ଷ ୱେବସାଇଟ୍‌ରେ ଆବେଦନ କରିବେ । ଅଧିକ ବିବରଣୀ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍‌ରେ ସମସ୍ତ ସୂଚନା ଉପଲବ୍ଧ ରହିଛି । ପ୍ରଥମ ପର୍ଯ୍ୟାୟରେ ଚଳିତ ବର୍ଷ ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମେଧାବୀ, ମେଧାବୃତ୍ତି ଓ ନେତୃତ୍ୱ ପୁରସ୍କାର ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ।

'ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର' ରାଜ୍ୟ ସରକାରଙ୍କ ଏକ ବୃହତ ଆଭିମୁଖ୍ୟ । ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବା ସହ ଆଗକୁ ଆହୁରି ସଫଳତା ହାସଲ କରିବାକୁ ପ୍ରୋତ୍ସାହିତ କରିବା ହେଉଛି ଏହାର ଉଦ୍ଦେଶ୍ୟ । ଏହି ପଦକ୍ଷେପ ମାଧ୍ୟମରେ ନୂତନ ଓଡ଼ିଶାର ସ୍ୱପ୍ନକୁ ବାସ୍ତବ ରୂପ ଦେବାରେ ଶିକ୍ଷକ, ପ୍ରଧାନ ଶିକ୍ଷକ, ପୁରାତନ ଛାତ୍ରଛାତ୍ରୀ ଏବଂ ଶିକ୍ଷା ପ୍ରଶାସକଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଯୋଗକୁ ଉତ୍ସାହିତ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+