ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା, ୨ ଜଣଙ୍କୁ ପୋଲିସର ପଚରାଉଚରା

ପୁଣି ନରପିଶାଚ ପଞ୍ଝାରେ ବଳି ପଡ଼ିଲା ନାବାଳିକା । ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଭଦ୍ରକ ଚାନ୍ଦବାଲିରେ ଉତ୍ତେଜନା । ଜଙ୍ଗଲରୁ ମୃତଦେହ ଉଦ୍ଧାର ପରେ ଚାନ୍ଦବାଲି-ଆରଡି ରାସ୍ତା ବାଲିଗାଁ ଛକରେ ରାସ୍ତା ଅବରୋଧ । ଜଣେ ୧୦ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । ଗତକାଲି ସଂଧ୍ୟାରେ ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର ହେବା ପରେ ଚାନ୍ଦବାଲି ସହରରେ ଉତ୍ତେଜନା ପ୍ରକାଶ ପାଇଛି । ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ସୂଚନା ମୁତାବକ, ଚାନ୍ଦବାଲି ଅଞ୍ଚଳର ତୃତୀୟ ଶ୍ରେଣୀରେ ପାଠ ପଢ଼ୁଥିବା ଜଣେ ୧୦ ବର୍ଷର ନାବାଳିକା ଅପରାହ୍‌ଣ ପ୍ରାୟ ୨ଟା ବେଳେ ଘରୁ ବାହାରକୁ ଯାଇ ଆଉ ଫେରି ନଥିଲା ।

rape
ସଂଧ୍ୟା ହେବାରୁ ପରିବାର ଲୋକେ ଖୋଜାଖୋଜି କରି ପାଇନଥିଲେ। ତେବେ ଛାତ୍ରୀଙ୍କ ମୃତଦେହ ସହର ଉପକଣ୍ଠ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ନିଛାଟିଆ ସ୍ଥାନରେ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ। ସଂପୃକ୍ତ ନାବାଳିକାଙ୍କୁ କେହି ଦୁର୍ବୃତ୍ତ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପ୍ରଚାର ହେବା ପରେ ଆଖପାଖ ଅଞ୍ଚଳର ହଜାରହଜାର ସଂଖ୍ୟାରେ ଲୋକ ସେଠାରେ ରୁଣ୍ଡ ହୋଇ ଭଦ୍ରକ-ଚାନ୍ଦବାଲି ମୁଖ୍ୟରାସ୍ତାକୁ ବାଲିଗାଁଠାରେ ଅବରୋଧ କରିଥିଲେ। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଲୋକେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଅଡ଼ି ବସିଛନ୍ତି। ଭଦ୍ରକ ଏସ୍‌ପି ମନୋଜ କୁମାର ରାଉତ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରବାକୁ ଉଦ୍ୟମ ଜାରି ରଖିଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+