ନବ ଦାସଙ୍କ ହତ୍ୟା ମାମଲା; ମୁହଁ ଖୋଲିଲେ ଆଇନ ମନ୍ତ୍ରୀ କହିଲେ ସରକାର ଏହା ଉପରେ ଆଗକୁ ନିଷ୍ପତ୍ତି ନେବେ

ନବ ଦାସ ହତ୍ୟାକାଣ୍ଡ ମାମଲାରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ଏ ଘଟଣା ନବୀନ ସରକାରଙ୍କ ସମୟରେ ଘଟିବା ସହ ସେ ସରକାର ସମୟରେ ଅନେକ ମାସ ମିତିଯିବା ପରେ ବି ଏବେ ବିଜେପି ସରକାରଙ୍କୁ ଦୋଷ ଦେବାରେ ଲାଗିଛନ୍ତି ବିରୋଧୀ ଏବଯ ତାଙ୍କ ଝିଅ ଦୀପାଳି।

nab sad

ଏହାକୁ ନେଇ ମୁହଁ ଖୋଲିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି।

ସେ ଆହୁରି ମଧ୍ୟ କହିଛନ୍ତି, ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି । ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+